ପାରାଦୀପକୁ ପେଟ୍ରୋକେମିକାଲ ହବ୍ କରାଯିବ: ଶିଳ୍ପମନ୍ତ୍ରୀ

add-all

ଭୁବନେଶ୍ବର: ପୁଞ୍ଜିନିବେଶରେ ଜାତୀୟ ହାର ଠାରୁ ଓଡ଼ିଶା ଆଗରେ ରହିଛି। ଜାତୀୟ ହାର ୨୨ ପ୍ରତିଶତ ଥିବାବେଳେ ଓଡ଼ିଶାରେ ରହିଛି ୪୫ରୁ ୪୭ ପ୍ରତିଶତ। ବିଧାନସଭାରେ ଏଭଳି ତଥ୍ୟ ରଖିଛନ୍ତି ଶିଳ୍ପମନ୍ତ୍ରୀ ପ୍ରତାପ କେଶରୀ ଦେବ। ସେ କହିଛନ୍ତି, ମେକ ଇନ୍ ଓଡ଼ିଶା ୨୦୨୨ ଜରିଆରେ ୭୪୧ ଶିଳ୍ପ ପାଇଁ ଆଗ୍ରହ ପ୍ରସ୍ତାବ ଆସିଛି। ଏହା କାର୍ଯ୍ୟକ୍ଷମ ହେଲେ ୧୦ ଲକ୍ଷ ୪୮ ହଜାର ୮୦୭ କୋଟି ଟଙ୍କାର ନିବେଶ ସୁଯୋଗ ଆସିବ। ଏଥିରେ ୧୦ ଲକ୍ଷ ୩୭ ହଜାର ୮୦୧ ନିଯୁକ୍ତି ସୃଷ୍ଟି ହେବ। ଏ ଯାଏ ୧୫୬ଟି ବୃହତ ଶିଳ୍ପ ଆଂଶିକ ଓ ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇଛି। ୭ଟି ବୃହତ ଶିଳ୍ପ କାର୍ଯ୍ୟକାରୀ ହେଉଛି। ପ୍ଲାଣ୍ଟ ଲେବେଲ ପରାମର୍ଶଦାତା କମିଟି ଓ ପ୍ଲାଣ୍ଟ ଲେବେଲ କନସଲ୍ଟିଭ୍ କମିଟି ଜରିଆରେ ଜିଲ୍ଲା ସ୍ତରରେ ଅନୁମୋଦନ ମିଳୁଛି।

ତେବେ କ୍ୟାପିଟାଲ ଇଣ୍ଡଷ୍ଟ୍ରିରେ ନିଯୁକ୍ତି କମିବାର କାରଣ ହେଉଛି ଯେ ବଡ଼ ବଡ଼ ଶିଳ୍ପ ସଂସ୍ଥା ଟେକନୋଲୋଜି ବ୍ୟବହାରକୁ ଗୁରୁତ୍ୱ ଦେଉଛନ୍ତି। ମାନବ ସମ୍ବଳକୁ ନୁହେଁ। କାରଣ ସେମାନେ କୋଟି କୋଟି ଟଙ୍କା ନିବେଶ କରିଛନ୍ତି। ଏପରି ସ୍ଥିତିରେ ଡାଉନଷ୍ଟ୍ରିମ୍ ଇଣ୍ଡଷ୍ଟ୍ରି ଆବଶ୍ୟକ। ଏଥିପାଇଁ ୩୬ଟି ଶିଳ୍ପ ସଂସ୍ଥା ସହ ଚୁକ୍ତି ହୋଇଛି। ଯେଉଁଥିରେ ଅଧିକାଂଶ ଟାଟା କମ୍ପାନିର। ସେମାନଙ୍କୁ କଳିଙ୍ଗନଗରରେ ଜାଗା ଦିଆଯାଇଛି ଓ ସେମାନେ କାମ ଆରମ୍ଭ କରିଥିବା ନେଇ ଗୃହରେ ଉତ୍ତର ରଖିଛନ୍ତି ଶିଳ୍ପ ମନ୍ତ୍ରୀ ପ୍ରତାପ କେଶରୀ ଦେବ ।

ଏଣେ ପାରାଦୀପକୁ ପେଟ୍ରୋକେମିକାଲ ହବ୍ କରାଯିବ ବୋଲି ଶିଳ୍ପମନ୍ତ୍ରୀ ପ୍ରତାପ କେଶରୀ ଦେବ ବିଧାନସଭାରେ ଘୋଷଣା କରିଛନ୍ତି।

ad-week
Leave A Reply

Your email address will not be published.