ଆଜି ପବିତ୍ର ରାମନବମୀ

add-all

ଆଜି ପବିତ୍ର ରାମନବମୀ। ଏଥିପାଇଁ ଉତ୍ସବ ମୁଖର ଗାଁଠୁ ସହର। ଶ୍ରୀରାମ ମନ୍ଦିର ସମେତ ବିଭିନ୍ନ ଦେବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି। ଅନ୍ୟପକ୍ଷରେ ରାମନବମୀ ଅବସରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି ଅନୁଷ୍ଠିତ ହୋଇଛି। ଆଜିଠାରୁ ପୁରୀରେ ଆରମ୍ଭ ହୋଇଯିବ ପାରମ୍ପରିକ ସାହିଯାତ। ଏଥିପାଇଁ କଳାକାରଙ୍କ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସାହିଯାତ ପାଇଁ ଶ୍ରୀକ୍ଷେତ୍ର ସମେତ ବିଭିନ୍ନ ଯାଗା ଆଖେଡା ଚଳଚଞ୍ଚଳ ହୋଇପଡିଛି।

ରାମନବମୀ ଉପଲକ୍ଷେ ଉତ୍ସବ ମୁଖର ହୋଇପଡିଛି ଭଦ୍ରକ ସହର ସମେତ ବାଲେଶ୍ୱର, ରାଉରକେଲା ଭଳି ପ୍ରମୁଖ ସହର। ପରମ୍ପରା ଅନୁଯାୟୀ ଗତକାଲି ବାବା ଆଖଣ୍ଡଳମଣିଙ୍କ ମନ୍ଦିର ସହ ମାଆ ଭଦ୍ରକାଳୀ ଓ ଯାଜପୁରର ଅଧିଷ୍ଠାତ୍ରୀ ମାଆ ବିରଜାଙ୍କ ମନ୍ଦିରରୁ ଆଜ୍ଞାମାଳ ଭଦ୍ରକ ଗାନ୍ଧିପଡିଆରେ ପ୍ରସ୍ତୁତ ଯଜ୍ଞ ମଣ୍ଡପକୁ ଆସିଛି। 

ad-week
Leave A Reply

Your email address will not be published.