ସାତ ଦିନିଆ ଜାପାନ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

add-all

ଭୁବନେଶ୍ୱର : ଆଜିଠୁ ସାତ ଦିନିଆ ଜାପାନ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ସହ ମୁଖ୍ୟମନ୍ତ୍ରୀଙ୍କ ଜାପାନ ଗସ୍ତ କରିଛନ୍ତି। ୯ ତାରିଖ ଯାଏଁ ମୁଖ୍ୟମନ୍ତ୍ରୀ ଜାପାନରେ ରହିବେ। ଏହି ଗସ୍ତ ଭିତରେ ମୁଖ୍ୟମନ୍ତ୍ରୀ ଟୋକିଓ,କ୍ବୋଟୋ ଓ ଓସାକା ଆଦି ସ୍ଥାନରେ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଭାଗନେବେ ବୋଲି ସୂଚନା ମିଳିଛି।

ମୁଖ୍ୟମନ୍ତ୍ରୀଙ୍କ ସହିତ ଶିଳ୍ପ ମନ୍ତ୍ରୀ ପ୍ରତାପ କେଶରୀ ଦେବ, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫ଟି ସଚିବ ଭି.କେ ପାଣ୍ଡିଆନ, ଶିଳ୍ପ ସଚିବ ହେମନ୍ତ କୁମାର ଶର୍ମା ଓ ଆଉ କିଛି ଅଧିକାରୀ ଜାପାନ ଯାଇଛନ୍ତି।   

ମୁଖ୍ୟମନ୍ତ୍ରୀ ତାଙ୍କ ଗସ୍ତ କାଳରେ ଜାପାନର ପ୍ରମୁଖ ଶିଳ୍ପପତିମାନଙ୍କୁ ଭେଟି ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଅନୁରୋଧ କରିବେ। ଓଡ଼ିଶାରେ ବିଶେଷକରି ଫୁଡ୍ ପ୍ରୋସେସିଂ, ପ୍ଲାଷ୍ଟିକ, ପେଟ୍ରୋ କେମିକାଲସ, ଟେକ୍ସଟାଇଲ, କେମିକାଲସ ଓ ପର୍ଯ୍ୟଟନ ଆଦି କ୍ଷେତ୍ରରେ ନିବେଶର ବିପୁଳ ସମ୍ଭାବନାର ଫାଇଦା ନେବାକୁ ଆହ୍ୱାନ କରିବେ । ୨୦୨୨ ମେକ୍ ଇନ୍ ଓଡ଼ିଶା କନକ୍ଲେଭରେ ‘ଜାପାନ’ କଣ୍ଟ୍ରି ପାଟର୍ନର ଭାବେ ସାମିଲ ହୋଇଥିଲା । ୨୦୧୮ ଓ ୨୦୨୨ ମେକ୍ ଇନ୍ ଓଡ଼ିଶା କନକ୍ଲେଭରେ ଜାପାନ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା ।

ad-week
Leave A Reply

Your email address will not be published.