ଝାରସୁଗୁଡ଼ା ଉପନିର୍ବାଚନ: ୩ ନେତାଙ୍କୁ ଦାୟିତ୍ୱ ଦେଲା ବିଜେଡି…

add-all

ଝାରସୁଗୁଡ଼ା : ଉପନିର୍ବାଚନ ପାଇଁ ୩ ବରିଷ୍ଠ ନେତାଙ୍କୁ ଦାୟିତ୍ୱ ଦେଇଛି ବିଜେଡି। ସେମାନେ ହେଛନ୍ତି ପୂର୍ବତନ ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ବିଧାୟକ ଦେବୀ ପ୍ରସାଦ ମିଶ୍ର ଓ ସାରଦା ପ୍ରସାଦ ନାୟକ। ସେମାନଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି। ସୂଚନାଯୋଗ୍ୟ, ସାରଦା ପ୍ରସାଦ ନାୟକ ଏବେ ଦଳର ଝାରସୁଗୁଡ଼ା ଜିଲ୍ଲା ପର୍ଯ୍ୟବେକ୍ଷକ ମଧ୍ୟ ଅଛନ୍ତି।

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେଡି ସ୍ୱର୍ଗତଃ ନବ କିଶୋର ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ପ୍ରାର୍ଥୀ କରିଛି। ମେ’ ୧୦ ତାରିଖରେ ଏହି ଉପନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେବ। ଏପ୍ରିଲ ୧୩ ତାରିଖରେ ଏହି ଉପନିର୍ବାଚନ ପାଇଁ ଗେଜେଟ୍ ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ଏହି ପ୍ରକ୍ରିୟା ଏପ୍ରିଲ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।

ଗତ ଜାନୁଆରୀ ୨୯ ତାରିଖରେ ବ୍ରଜରାଜନଗରରେ ତତ୍‌କାଳୀନ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଏହି ଘଟଣାରେ ପୁଲିସ୍ ଏଏସ୍‌ଆଇ ଗୋପାଳ ଦାସଙ୍କୁ ଗିରଫ କରାଯାଇଛି।

ନବ ଦାସଙ୍କ ମୃତ୍ୟୁ ପରେ ଝାରସୁଗୁଡ଼ା ବିଧାନସଭା ଆସନଟି ଖାଲି ପଡ଼ିଥିବା ବେଳେ ଏଥିରେ ଉପନିର୍ବାଚନ କରିବା ପାଇଁ ଗତ ମାର୍ଚ୍ଚ ୨୯ ତାରିଖରେ ନିର୍ବାଚନ କମିଶନ ତାରିଖ ଘୋଷଣା କରିଥିଲେ। ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରି ସାରିଥିବା ବେଳେ କଂଗ୍ରେସ ଓ ବିଜେପି ପକ୍ଷରୁ ଏଯାଏଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇନାହିଁ।

ad-week
Leave A Reply

Your email address will not be published.