ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୬,୦୦୦ ଉପରେ; ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୧,୦୦୦ ଟପିଲା

add-all

ନୂଆଦିଲ୍ଲୀ: ଆଜି ମଧ୍ୟ ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୬,୦୦୦ରୁ ଅଧିକ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୧,୦୦୦ ଉପରେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୬,୧୫୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୬,୧୫୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୭,୫୧,୧୫୯ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୯ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୯୫୪କୁ ବୃଦ୍ଧି ପାଇଛି।

ଦେଶରେ ଦୈନିକ କୋଭିଡ୍‌-୧୯ ‘ପଜିଟିଭିଟି’ ହାର ୫.୬୩% ଥିବା ବେଳେ ସାପ୍ତାହିକ ‘ପଜିଟିଭିଟି’ ହାର ୩.୪୭% ରହିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୮୯,୧୧୧। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୪% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୧,୧୯୪କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୭%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୬,୨୨,୬୬୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୦୯,୩୭୮ଟି ନମୁନା।

ad-week
Leave A Reply

Your email address will not be published.