ଆସନ୍ତା ୨ ଦିନରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା : ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

add-all

ଭୁବନେଶ୍ୱର: ରାଜ୍ୟରେ ଲାଗି ରହିଛି କାଳବୈଶାଖୀ ଜନିତ ବର୍ଷା । ସକାଳୁ ଖରା ଗୁଳୁଗୁଳି ଅନୁଭୁତ ହେଉଥିବା ବେଳେ ଅପରାହ୍ନ ସମୟରେ ଘୋଟିଆସୁଛି କଳାହାଣ୍ଡିଆ ମେଘ । ଆସନ୍ତା ୨ ଦିନରେ ରାଜ୍ୟର ଅଧିକାଂଶ ସ୍ଥାନରେ ଏହିଭଳି ବର୍ଷା ହେବ। ୧୦ ତାରିଖ ପାଇଁ କାଳବୈଶାଖୀ ଜନିତ ବର୍ଷାକୁ ଦୃଷ୍ଟିରେ ରଖି ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଉକ୍ତ ଜିଲ୍ଲାଗୁଡ଼ିକ ହେଲା କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦୁଝର, ବାଲେଶ୍ବର ଓ ମୟୁରଭଞ୍ଜ । ସେହିପରି ୧୧ ତାରିଖ ପାଇଁ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ମୟୁରଭଞ୍ଜ ଓ କେନ୍ଦୁଝର । ୧୧ ତାରିଖରୁ ରାଜ୍ୟରେ କାଳ‌ବୈଶାଖୀର ପ୍ରଭାବ କମିବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ ।

ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ୩ରୁ ୪ ଦିନ ପରେ ରାଜ୍ୟର ଦିନ ତାପମାତ୍ରା ୨ରୁ ୩ ଡିଗ୍ରି ଯାଏ ବୃଦ୍ଧି ପାଇବ। ବର୍ଷା ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ad-week
Leave A Reply

Your email address will not be published.