ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ…

add-all

ଦାରିଙ୍ଗବାଡି (୧୦/୪) : ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବାର୍ଷିକ ଉତ୍ସବ ପାଳନ ହୋଇଯାଇଛି ।ଏହି ବିଦ୍ୟାଳୟ ୧୮୮୭ ମସିହାରେ ସ୍ଥାପିତ ହୋଇଥିଲା। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବିଧାୟକ ସାଲୁଗା ପ୍ରଧାନ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ବିଡ଼ିଓ ଗଦାଧର ପାତ୍ର, ସ୍ଵତନ୍ତ୍ର ବକ୍ତା ଭାବେ ତୁମ୍ବୁଡିବନ୍ଧ ମହାବିଦ୍ୟାଳୟ ଅଧ୍ୟାପିକା ଡ଼. ବନିତା ପଟ୍ଟନାୟକ ଯୋଗ ଦେଇଥିଲେ । ଅତିଥି ଭାବେ ସମିତି ଅଧ୍ୟକ୍ଷ ସୁଶାନ୍ତ ପ୍ରଧାନ, ଗୋଷ୍ଠୀ ଶିକ୍ଷା ଅଧିକାରୀ ରସାନନ୍ଦ କର, ସିମନବାଡ଼ି ସରପଞ୍ଚ ଅମିତା ପ୍ରଧାନ, ସମିତିସଭ୍ୟ ସାଧୁ ନାୟକ, ଜିଲ୍ଲା ପରିଷଦ ସଦସ୍ୟ ରଞ୍ଜନ ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା କବି ବିଦେଶୀ ନାୟକଙ୍କ ସଭାରେ ଅଧ୍ୟକ୍ଷତା କରିଥିଲେ । ଶିକ୍ଷୟତ୍ରୀ ମାଧୁରୀ ଦିଗାଲ ସ୍କୁଲ ବିବରଣୀ ପାଠ କରିଥିଲେ । ସମସ୍ତ ଅତିଥି ନିଜ ନିଜ ବକ୍ତକ୍ୟ ରଖିବା ପରେ ପୂର୍ବରୁ ହୋଇଥିବା ବିଭିନ୍ନ କାର୍ଯ୍ୟକ୍ରମରେ କୃତି ଛାତ୍ରଛାତ୍ରୀଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା । ଶେଷରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ad-week
Leave A Reply

Your email address will not be published.