ଏପ୍ରିଲ ୧୨ରୁ ୧୬ ଯାଏଁ ରାଜ୍ୟର ସବୁ ସ୍କୁଲ, ଅଙ୍ଗନବାଡ଼ି ଛୁଟି

add-all

ଭୁବନେଶ୍ୱର :ଆସନ୍ତାକାଲି ଠାରୁ ଏପ୍ରିଲ ୧୬ ପର୍ଯ୍ୟନ୍ତ ରାଜ୍ୟର ସବୁ ସ୍କୁଲ ଛୁଟି। ସ୍କୁଲ ସହ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିବ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ଛୁଟି ଘୋଷଣା କରିଛନ୍ତି। ତେଣୁ ଆସନ୍ତା ୫ ଦିନ ସ୍କୁଲ ବନ୍ଦ ରହିବ ବୋଲି ସ୍ପଷ୍ଟ ହୋଇଛି।

ଆସନ୍ତା ୫ଦିନ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଥିବାରୁ ଏହାକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ପଦକ୍ଷେପ ନେଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିବା ପରେ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଥିଲା।

ad-week
Leave A Reply

Your email address will not be published.