ଝାରସୁଗୁଡ଼ା ଉପନିର୍ବାଚନ: ଆଜି ପ୍ରାର୍ଥୀପତ୍ର ଦାଖଲ କଲେ କଂଗ୍ରେସର ତରୁଣ

add-all

ଝାରସୁଗୁଡ଼ା: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ତାରିଖ ଘୋଷଣା ପରଠାରୁ ସମଗ୍ର ନିର୍ବାଚନ ମଣ୍ଡଳୀରେ ରାଜନୈତିକ ଗତିବିଧି ସରଗରମ ହେବାରେ ଲାଗିଛି। ମେ ୧୦ ତାରିଖରେ ହେବାକୁ ଥିବା ଏହି ଉପନିର୍ବାଚନ ପାଇଁ ଆସନ୍ତା ୧୩ ତାରିଖରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠାରୁ ଝାରସୁଗୁଡାରେ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ଆଜି କଂଗ୍ରେସ ପକ୍ଷରୁ ତରୁଣ ପାଣ୍ଡେ ନିଜର ପ୍ରାର୍ଥୀପତ୍ର ଦାଖଲ କରିବେ ବୋଲି ଜଣାଯାଇଛି।

ଏହି ପ୍ରାର୍ଥୀପତ୍ର ଦାଖଲ ସମୟରେ ପିସିସି ସଭାପତି ଶରତ ପଟ୍ଟନାୟକ, ବିଧାୟକ ସୁର ରାଉତରାୟ, ରାଜନ ଏକ୍କା, ଅଧିରାଜ ପାଣିଗ୍ରାହୀ ଓ ସନ୍ତୋଷ ସିଂ ସାଲୁଜା ଓ ନିକଟରେ କଂଗ୍ରେସରେ ଯୋଗ ଦେଇଥିବା ବିଜୟ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି।

ଏଣେ ଆସନ୍ତା ୧୭ ତାରିଖରେ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ପ୍ରାର୍ଥୀପତ୍ର ଦାଖଲ କରିବେ ବୋଲି ସୂଚନା ମିଳିଛି। ତେଣେ ଯଥେଷ୍ଟ ଆଗରୁ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ୧୮ ତାରିଖରେ ନିଜର ପ୍ରାର୍ଥୀପତ୍ର ଦାଖଲ କରିବେ ବୋଲି ଘୋଷଣା କରାଯାଇଛି।

ଉଲ୍ଲେଖଯୋଗ୍ୟ, ଝାରସୁଗୁଡାର ବିଧାୟକ ନବ କିଶୋର ଦାସଙ୍କ ମୃତ୍ୟୁ ପରେ ଉକ୍ତ ଆସନ ଖାଲି ପଡ଼ିଥିଲା। ଏହି ଆସନ ସାଧାରଣ ବର୍ଗଙ୍କ ପାଇଁ ଉଦ୍ଦିଷ୍ଟ ଥିବାବେଳେ ପୂର୍ବରୁ କଂଗ୍ରେସ ଓ ବିଜେଡି ଦଳୀୟ ପ୍ରାର୍ଥୀ ଘୋଷଣା କରିଥିଲା। ତେବେ ବିଜେପି ବିଳମ୍ବରେ ବୁଧବାର ତା’ର ପ୍ରାର୍ଥୀ ଘୋଷଣା କରିଥିଲା। ଟଙ୍କଧର ତ୍ରିପାଠୀ ବିଜେପିରୁ ଏହି ଆସନରେ ଲଢ଼ିବା ସ୍ପଷ୍ଟ ହୋଇଥିଲା।

ad-week
Leave A Reply

Your email address will not be published.