ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦,୭୫୩ କରୋନା ସଂକ୍ରମଣ ଚିହ୍ନଟ

add-all

ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୦,୭୫୩ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୩,୦୦୦ ଟପି ଯାଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦,୭୫୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୦,୭୫୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୮,୦୮,୦୨୨ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୨୭ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୦୯୧କୁ ବୃଦ୍ଧି ପାଇଛି।

ଦେଶରେ ଦୈନିକ କୋଭିଡ୍‌-୧୯ ‘ପଜିଟିଭିଟି’ ହାର ୬.୭୮% ଥିବା ବେଳେ ସାପ୍ତାହିକ ‘ପଜିଟିଭିଟି’ ହାର ୪.୪୯% ରହିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୨,୨୩,୨୧୧। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୬୯% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୩,୭୨୦କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୧୨%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୬,୨୫,୫୧୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୫୮,୬୨୫ଟି ନମୁନା।

ad-week
Leave A Reply

Your email address will not be published.