ହଜିଗଲା ନା ହଜାଇ ଦିଆ ଗଲା ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ଫାଇଲ…!!

add-all

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଆଇନ୍‌ ବିଭାଗ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ଦୁଇଟି ଫାଇଲ ହଜାଇ ଦେଇଛି। ବହୁ ଖୋଜାଖୋଜି ପରେ ମଧ୍ୟ ଆଇନ ବିଭାଗ ଏହାକୁ ପାଇପାରୁ ନାହିଁ। ଫଳରେ ଏହାକୁ ଖୋଜି ବାହାର କରିବା ଲାଗି ଚିଠି କରାଯାଇଛି। ଏହି ଘଟଣାକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ଜୋର ଧରିଛି। କୋଟିଏ ପଟେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ନେଇ ଆଲୋଚନା ଥମି ନଥିବା ବେଳେ ଏବେ ଶ୍ରୀମନ୍ଦିର ପ୍ରଶାସନର ଫାଇଲ ହଜିବା ଭ୍ରୂକୁଞ୍ଚନ ସୃଷ୍ଟି କରିଛି।

ସୂଚନା ଅନୁସାରେ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ (ଜେଟିଏ)ର ଦୁଇଟି ଫାଇଲ (ଜେଟିଏ-୫୫/୨୦୦୬ ଓ ଜେଟିଏ-୦୬/୨୦୧୪)କୁ ରାଜ୍ୟ ଆଇନ ବିଭାଗ ବହୁ ଖୋଜାଖୋଜି କଲା ପରେ ମଧ୍ୟ ପାଇପାରୁ ନାହିଁ। ତେଣୁ ଆଇନ୍‌ ବିଭାଗ ପକ୍ଷରୁ ହଜି ଯାଇଥିବା ଫାଇଲକୁ ଖୋଜିବାକୁ ଆଜି (୨୦୨୩ ଏପ୍ରିଲ ୧୮) ସବୁ ବିଭାଗକୁ ଚିଠି କରାଯାଇଛି। 

ଆଇନ୍‌ ବିଭାଗ ପକ୍ଷରୁ ଚିଠିରେ କୁହାଯାଇଛି ଯେ, ଏକ ମାମଲା ନେଇ ହାଇକୋର୍ଟରେ ଜବାବ ଦାଖଲ କରିବା ଆବଶ୍ୟକ ଅଛି । ତେଣୁ ଅଗ୍ରାଧିକାର ଭିତ୍ତିରେ ନିଜ ନିଜ ସେକ୍ସନରେ ଫାଇଲ ଖୋଜିବାକୁ ଉଦ୍ୟମ କରାଯାଉ। ଯଦି ଏହି ଦୁଇଟି ଗୁରୁତ୍ବପୂର୍ଣ୍ଣ ଫାଇଲ ଠିକ୍‌ ସମୟରେ ମିଳିବ, ତା’ହେଲେ ଜେଟିଏ ସେକ୍ସନରେ ତୁରନ୍ତ କରାଯାଉ ବୋଲି କୁହାଯାଇଛି। ଅନ୍ୟପଟରେ ଫାଇଲ ଯଦି ନମିଳୁଛି, ତା’ହେଲେ ତୁରନ୍ତ ଜଣାଇବାକୁ ନିର୍ଦ୍ଦେଶ ହୋଇଛି।

ad-week
Leave A Reply

Your email address will not be published.