ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି କାଲିଠୁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସବୁ ସ୍କୁଲ ଛୁଟି

add-all

ଭୁବନେଶ୍ୱର : ଆସନ୍ତାକାଲି ଠାରୁ ଖରା ଛୁଟି ଘୋଷଣା। ଅପ୍ରେଲ ୨୧ ତାରିଖ ଠାରୁ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟ ବନ୍ଦ ରହିବ। ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭିଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଏହି ନିର୍ଦ୍ଦେଶ ଦେଇଛନ୍ତି।

ଏହି ନିର୍ଦ୍ଦେଶ ଅନୁଯାୟୀ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ, ବେସରକାରୀ ସ୍କୁଲ ଓ ଅଙ୍ଗନବାଡୀ କେନ୍ଦ୍ର ବନ୍ଦ ରହିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି ଜୁନ ୧୭ରେ ଖୋଲିବ ରାଜ୍ୟର ସମସ୍ତ ସ୍କୁଲ। ଆବଶ୍ୟକ ପଡ଼ିଲେ ସେତେବେଳେ ସ୍ଥିତି ଦେଖି ନିଷ୍ପତ୍ତି ନିଆଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି । ମନ୍ତ୍ରୀ କହିଛନ୍ତି, ଅବସରକାଳୀନ ଶିକ୍ଷା ଦିଆଯାଇଛି । ସେଥିପାଇଁ ସିଲାବସ୍‌ କରାଯାଇଛି । ଛୁଟିରେ ପିଲା ସେସବୁ ପଢ଼ିବେ ଓ ଶିକ୍ଷକମାନେ ତଦାରଖ କରିବେ ।

ସୂଚନାଯୋଗ୍ୟ ଯେ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଦିନ ତାପମାତ୍ରାରେ ଅତ୍ୟାଧିକ ବୃଦ୍ଧି ଯୋଗୁ ସାଧାରଣ ଜୀବନଯାପନ ବାଧାପ୍ରାପ୍ତ ହେଉଛି। ରାଜ୍ୟର କେତେକ ସହରର ତାପମାତ୍ରା ଦେଶର ସର୍ବାଧିକ ତାପମାତ୍ରା ରହୁଥିବା ସହରମାନଙ୍କ ତାଲିକାରେ ରହୁଛି । ତେଣୁ ପିଲାମାନଙ୍କ ସ୍ବାସ୍ଥ୍ୟକୁ ସର୍ବାଧିକ ଗୁରୁତ୍ବ ଦେଇ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

ad-week
Leave A Reply

Your email address will not be published.