ପାଞ୍ଚଦିନ ଯାଏ ରାଜ୍ୟରେ ଜାରି ରହିବ କାଳ ବୈଶାଖୀ ପ୍ରଭାବରେ ବର୍ଷା, ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

add-all

ଭୁବନେଶ୍ୱର :ରାଜ୍ୟରେ ଜାରି ରହିଛି କାଳବୈଶାଖୀର ପ୍ରଭାବ। ବିଜୁଳି, ଘଡ଼ଘଡ଼ି ଓ ବର୍ଷା ଫଳରେ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଛି। ଆଭ୍ୟନ୍ତରୀଣ ଓଡ଼ିଶାରେ ଦିନ ତାପମାତ୍ରା ସ୍ୱାଭାବିକ ଠାରୁ ୨ରୁ ୪ ଡିଗ୍ରୀ କମ ରହିଥିବା ବେଳେ ଉପକୂଳ ଓଡ଼ିଶାରେ ଦିନ ତାପମାତ୍ରା ସ୍ୱାଭାବିକ ରହିଛି। ଆଗାମୀ ପାଞ୍ଚଦିନ ଯାଏ ରାଜ୍ୟରେ ଜାରି ରହିବ କାଳ ବୈଶାଖୀ ପ୍ରଭାବରେ ବର୍ଷା। ଆଗାମୀ ୨୪ ଘଣ୍ଟାରେ ଉପକୂଳ ଓଡ଼ିଶା ସହ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି। ବିଜୁଳି, ଘଡ଼ଘଡ଼ି ଓ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଗୋଟିଏ ଦୁଇଟି ସ୍ଥାନରେ କୁଆପଥର ସହ ବର୍ଷା ପାଇଁ କୋରାପୁଟ, ଗଜପତି, ଗଞ୍ଜାମ, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ଆସନ୍ତାକାଲି ଉପକୂଳ ଓଡ଼ିଶା ସହ ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି। ସେହିପରି ବିଜୁଳି, ଘଡ଼ଘଡ଼ି ଓ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୩୦ତାରିଖରେ ବଢିବ ବର୍ଷାର ପରିମାଣ। ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ପାଇଁ ୯ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ପ୍ରବଳ ବର୍ଷା ପାଇଁ ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଆଗାମୀ ୫ଦିନ ଯାଏ ପାଗରେ ବିଶେଷ ଧରଣର ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।

ad-week
Leave A Reply

Your email address will not be published.