୧୧ ଦିନରେ ବାଲିଗୁଡାର ଐତିହାସିକ ଠାକୁରାଣୀ ଯାତ୍ରା: ବନଖଣ୍ଡ କାର୍ଯ୍ୟାଳୟ ପରିଦର୍ଶନ କରି ଆସିଲେ

add-all

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟଖଣ୍ଡା ଠାକୁରାଣୀଙ୍କ ଐତିହାସିକ ଠାକୁରାଣୀ ଯାତ୍ରା ମା’ ପାଟଖଣ୍ଡା ଦୁର୍ଗାପୂଜା ସମିତି ଆନୁକୁଲ୍ୟରେ ଆୟୋଜିତ ହେଉଛି l ମା’ ବରାଳ ଦେବୀ ମନ୍ଦିର ପ୍ରାଙ୍ଗଣରେ ହୋଇଥିବା ଅସ୍ଥାୟୀ ପୀଠରେ ଆୟୋଜକ ସମିତି ଦ୍ୱାରା ବୁଧବାର ୧୧ ଦିନରେ ମା’ ଙ୍କ ଘଟକୁ ଆଜି ସୁସଜିତ କରାଯାଇଛି l ଏଥିରେ ଦେଶୀବେହେରା ଭାବେ ଏ.ସନ୍ତୋଷ କୁମାର ଦୋରାଙ୍କ ପରିବାରର ସମସ୍ତେ ଉପସ୍ଥିତ ରହି ଯଥାରିତି ସହକାରେ ପୁଜାର୍ଚ୍ଚନା କରାଯାଇଥିଲା। ସକାଳ ଓ ସନ୍ଧ୍ୟାର ଆଳତୀ ପରେପରେ ଭକ୍ତ ମାନଙ୍କୁ ମା’ ଦର୍ଶନ ଦେଉଛନ୍ତି । ସନ୍ଧ୍ୟା ଆଳତୀ ପରେ ବୁଧବାର ସପ୍ତମ ଦିନରେ ସ୍ଥାନୀୟ ବନଖଣ୍ଡ କାର୍ଯ୍ୟାଳୟ ପରିଦର୍ଶନ କରି ଆସିଥିଲେ l ପ୍ରତିଦିନର ନଗର ପରିକ୍ରମା ରେ ଶହ ଶହ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସମାଗମ ହେଉଛି । ଏହି ୨୧ ଦିନ ଭିତରେ ମା’ ବାଲିଗୁଡାର ବିଭିନ୍ନ ସାହି ପରିକ୍ରମା କରିବେ। ଭକ୍ତ ଓ ଦର୍ଶକଙ୍କ ମନୋରଞ୍ଜନ ନିମନ୍ତେ ଆୟୋଜକ ସମିତି ଦ୍ୱାରା ପ୍ରତିଦିନ ସନ୍ଧ୍ୟାରେ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ର ଆୟୋଜନ କରାଯିବା ସହ ମିନି ଷ୍ଟାଡିୟମ ପରିସରରେ ରାମ ଦୋଳି, ମୀନାବଜାର ଭଳି ସମ୍ବଲପୁରୀ ଭଜନ ସନ୍ଧ୍ୟା ସହ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଏହି ପଟୁଆର ଢୋଲ, ବାଜା ମୃଦୁଙ୍ଗ ସହ ଅନେକ ବାଜା ସାମିଲ ଥିଲେ । ୧୧ ଦିନରେ ମା ‘ଙ୍କ ଅଷ୍ଟମ ନଗର ପରିକ୍ରମା ଅସ୍ଥାୟୀ ପୀଠ ବରାଳ ଦେବୀ ମନ୍ଦିରରୁ ବାହାରି ଷ୍ଟେଟ ବ୍ୟାଙ୍କ ଛକ, ଜଗନ୍ନାଥ ମାର୍କେଟ, ତ୍ରିବେଦୀ ପାର୍କ ଛକ, କଲ୍ୟାଣୀ ମଣ୍ଡପ ଛକ ହୋଇ ବନଖଣ୍ଡ କାର୍ଯ୍ୟାଳୟ ଅଞ୍ଚଳରେ ମା’ପ୍ରବେଶ କରିବା ପରେ କାର୍ଯ୍ୟାଳୟ ସମ୍ମୁଖରେ କୁମ୍ଭ, ଦୀପ, ଧୂପ, ଫୁଲ, ଚନ୍ଦନ ଓ ଭୋଗ ରଖି ସମସ୍ତ କର୍ମଚାରୀ ଏକତ୍ରିତ ହୋଇ ପୂଜାର୍ଚନା କରିଥିଲେ l ଏଥିରେ ମା ‘ପାଟଖଣ୍ଡାଙ୍କ ସମେତ ବରାଳଦେବୀ, ମା’ଦୁର୍ଗା, ମହାମାୟୀ, ଡେଙ୍ଗଶୀଳ, ଏବଂ ମା’କାଳୀଙ୍କ ଘଟ ଏହିଯାତ୍ରା ରେ ମିଳିତ ଭାବରେ ଯାଉଛନ୍ତି । ଶେଷରେ ପ୍ରସାଦ ସେବନ ର ବ୍ୟବସ୍ଥା କରାଯାଇଥିଲା l ଅସ୍ଥାୟୀ ପୀଠରେ ମା’ ଙ୍କ ମିଠାଭୋଗ ନିମନ୍ତେ ଏକ ମିଷ୍ଠାନ୍ନ କେନ୍ଦ୍ର ଖୋଲା ଯାଇଛି l ଆୟୋଜକ ସମିତି ତଥା ଯାତ୍ରାର ସମସ୍ତ ସଦସ୍ୟ ମାନେ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରୁଛନ୍ତି ।

ad-week
Leave A Reply

Your email address will not be published.