ଆସନ୍ତାକାଲି ଝାରସୁଗୁଡ଼ାରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

add-all

ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ। ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ପାଇଁ ପ୍ରଚାର ଲାଗି ଝାରସୁଗୁଡ଼ା ଗସ୍ତରେ ଯିବେ। ସେ ସାଢେ ୪ଟାରେ ଝାରସୁଗୁଡ଼ାରେ ଆୟୋଜିତ ସଭାରେ ଯୋଗ ଦେବେ। ସେ ସଭାସ୍ଥଳରୁ ବାହାରି ସନ୍ଧ୍ୟା ୫ ଟା ୫୦ ରେ ଭୁବନେଶ୍ଵର ଫେରିବେ ବୋଲି ଜଣାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଝାରସୁଗୁଡ଼ା ଯିବେ ବୋଲି ଚର୍ଚ୍ଚା ହେଉଥିଲା, ଯାହା ଆଜି ସ୍ପଷ୍ଟ ହୋଇଛି।

ସୂଚନାଯୋଗ୍ୟ, ଆସନ୍ତା ୧୦ ତାରିଖରେ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ମତଦାନ ହେବ। ଏଥର ସେଠାରେ ୩ ପ୍ରମୁଖ ରାଜନୈତିକ ଦଳ ବିଜେପି, ବିଜେଡି ଓ କଂ‌ଗ୍ରେସ ମଧ୍ୟରେ ଟକ୍କର ହେଉଛି। ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ବ୍ୟତୀତ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ଓ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ମଇଦାନରେ ଅଛନ୍ତି।

ad-week
Leave A Reply

Your email address will not be published.