ଟ୍ରେନ ଦୁର୍ଘଟଣା: ମୃତକଙ୍କ ଚିହ୍ନଟ ପ୍ରକ୍ରିୟା ଆରମ୍ଭ

add-all

ବାଲେଶ୍ୱର : ବାଲେଶ୍ୱର ବାହାନଗାରେ ହୋଇଥିବା ଭୟଙ୍କର ଦୁର୍ଘଟଣା। ଏକାବେଳକେ ତିନୋଟି ଟ୍ରେନ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ବାହାନଗା ନିକଟରେ ପ୍ରଥମେ ଲାଇନଚ୍ୟୁତ ହୋଇଥିଲା କରମଣ୍ଡଳ । ସେଠାରେ ପୂର୍ବରୁ ଛିଡ଼ା ହୋଇଥିବା ମାଲଗାଡ଼ିକୁ ଧକ୍କା ଦେଇ ଓଲଟିଥିଲା କରମଣ୍ଡଳ । ପରେ କିଛି ସମୟ ପରେ ସେହିବାଟେ ଆସୁଥିବା ବେଙ୍ଗଲୁରୁ-ହାୱଡ଼ା ଏକ୍ସପ୍ରେସ କରମଣ୍ଡଳକୁ ଧକ୍କା ଦେଇଥିଲା । 

ଏନେଇ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ସୂଚନା ଦେଇଛନ୍ତି। ଭୟାନକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି। ଘଟଣାସ୍ଥଳରେ ମୃତକଙ୍କ ପରିବାର ପହଞ୍ଚୁଥିବାର ପରିଲକ୍ଷିତ ହେଉଛି। ଯେଉଁମାନେ ମୃତକଙ୍କୁ ଚିହ୍ନଟ କରୁଛନ୍ତି, ସେମାନଙ୍କୁ ମୃତଦେହ ହସ୍ତାନ୍ତର କରାଯାଉଛି। ହେଲେ ଏବେ ସେଠାରେ ମୃତଦେହ ଚିହ୍ନଟ କରିବା ସହଜସାଧ୍ୟ ହେଉ ନଥିବା ହେତୁ ଏହି ପ୍ରକ୍ରିୟା ବିଳମ୍ବିତ ହେବ ବୋଲି କୁହାଯାଉଛି। ସକାଳୁ ସକାଳୁ ଉଦ୍ଧାର କାର୍ଯ୍ୟ ଜୋରଦାର ହେବାକୁ ଥିବା ବେଳେ ଆହୁରି ଅନେକ ମୃତଦେହ ଉଦ୍ଧାର ହେବାର ଆଶଙ୍କା ରହିଛି । 

ad-week
Leave A Reply

Your email address will not be published.