ବାହାନଗା ଟ୍ରେନ୍‌ ଦୁର୍ଘଟଣା: ଭଦ୍ରକ ମେଡ଼ିକାଲରେ ଆହତଙ୍କୁ ଭେଟିଲେ ଦୁଇ କେନ୍ଦ୍ରମନ୍ତ୍ରୀ 

ଭଦ୍ରକ: ବାଲେଶ୍ବର ଜିଲ୍ଲା ବାହାନଗା ରେଳ ଷ୍ଟେସନ ନିକଟରେ ଗତ ୨ ତାରିଖ ଦିନ ଏକ୍ସପ୍ରେସ୍‌ ଟ୍ରେନ୍‌ରେ ଦୁର୍ଘଟଣାର ଶିକାର ହୋଇ ଚିକିତ୍ସିତ ହେଉଥିବା ଯାତ୍ରୀମାନଙ୍କୁ ରବିବାର ଭଦ୍ରକ ମେଡ଼ିକାଲକୁ ଆସି ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ଵିନୀ ବୈଷ୍ଣବ ଭେଟିଛନ୍ତି। ୨ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଓ ବୈଷ୍ଣବ ଆହତମାନଙ୍କୁ ୨ ସେମାନଙ୍କର ଚିକିତ୍ସା  ସମ୍ପର୍କରେ ପଚାରି ବୁଝିଥିଲେ।

ସେହିପରି ଲୋକସଭା ବିରୋଧିଦଳ ନେତା ଅଧିର ରଞ୍ଜନ ଚୌଧୁରୀ, ଓଡ଼ିଶା କଂଗ୍ରେସ ପ୍ରଭାରୀ ଚେଲ୍ଲାକୁମାର, ପିସିସି ସଭାପତି ଶରତ ପଟ୍ଟନାୟକ, ପୂର୍ବତନ ସଭାପତି ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ବିଜୟ ପଟ୍ଟନାୟକ, ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀ ପତି, ମାନସ ଚୌଧୁରୀ, ନବଜ୍ୟୋତି ପଟ୍ଟନାୟକ, ଜିଲ୍ଲା କଂଗ୍ରେସ ସଭାପତି ସୁବ୍ରତ  ଦାସ, ନଳିନି ମହାନ୍ତି, ରାଜ କିଶୋର ସ୍ବାଇଁ, ଦେବ ମହାନ୍ତି ପ୍ରମୁଖ କଂଗ୍ରେସ ନେତାମାନେ ଆଜି ଭଦ୍ରକ ମେଡ଼ିକାଲରେ ପହଞ୍ଚି ଟ୍ରେନ ଦୁର୍ଘଟଣାରେ ଆହତଙ୍କୁ ଭେଟି ସମବେଦନା ଜଣାଇଛନ୍ତି।

ad-week
Leave A Reply

Your email address will not be published.