ବାହନଗା ଟ୍ରେନ୍‌ ଦୁର୍ଘଟଣାରେ ଆହତଙ୍କୁ ଏସ୍‌ସିବିରେ ଭେଟି ଆଶୁ ଆରୋଗ୍ୟ କାମନା କଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ

କଟକ: ବାଲେଶ୍ବର ଜିଲ୍ଲା ବାହାନଗାରେ ଗତ ୨ ତାରିଖ ଦିନ କରମଣ୍ଡଳ ଏକ୍ସପ୍ରେସ୍‌ ଓ ଯଶବନ୍ତପୁର-ହାୱଡା ଏକ୍ସପ୍ରେସ୍‌ ଟ୍ରେନ ଦୁର୍ଘଟଣାରେ ଆହତ ହୋଇ କଟକ ଏସସିବି ମେଡିକାଲରେ ଚିକିତ୍ସିତ ହେଉଥିବା ଲୋକଙ୍କୁ ମଙ୍ଗଳବାର ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ଭେଟିଛନ୍ତି। ସେ ଆହତଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଏହା ସହ ଆହତଙ୍କ ଚିକିତ୍ସା ବ୍ୟବସ୍ଥା ସମ୍ପର୍କରେ ମେଡିକାଲ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଥିଲେ।।

ଏସିବିରେ ଆହତଙ୍କୁ ଭେଟିବା ପରେ ଏସିବି ରେ ସବୁ ବିଭାଗରେ ଆହତମାନଙ୍କୁ ଭଲ ଚିକିତ୍ସା ଯୋଗାଇ ଦିଆଯାଉଛି ବୋଲି କହିଛନ୍ତି ଅପରାଜିଜା।। ଏସିବିରେ ସବୁ ବିଭାଗରେ ଡାକ୍ତରମାନେ ଅକ୍ଲାନ୍ତ ପରିଶ୍ରମ କରୁଛନ୍ତି।। ସବୁ ଆହତ ଧୀରେ ଧୀରେ ସୁସ୍ଥ ହେଉଛନ୍ତି।। ଏସିବିରେ କାହାରି ମୃତ୍ୟୁ ହୋଇନାହିଁ।।ଏବେ ରାଜନୀତି କରିବାର ସମୟ ନୁହେଁ। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମନ୍ୱୟରେ ଆହତମାନଙ୍କୁ ସମସ୍ତ ଚିକିତ୍ସା ଯୋଗାଇ ଦିଆଯାଉଛି ବୋଲି କହିଛନ୍ତି ସାଂସଦ ଅପରାଜିତା ଷଡଙ୍ଗୀ`

ad-week
Leave A Reply

Your email address will not be published.