ସେଣ୍ଟ୍ରାଲ କୋ ଅପରେଟିଭ ବ୍ୟାଙ୍କ ସହାୟକକଙ୍କ ଘରେ ଭିଜିଲାନ୍ସ ରେଡ଼୍‌

add-all

ନୂଆପଡ଼ା: ଓଡ଼ିଶା ଭିଜିଲାନ୍ସ ଜାଲରେ ଭବାନୀପାଟଣା କେନ୍ଦ୍ରୀୟ ସମବାୟ ବ୍ୟାଙ୍କ କୋମନା ଶାଖାର ବ୍ୟାଙ୍କିଙ୍ଗ ଆସିଷ୍ଟାଣ୍ଟ ପ୍ରଦୀପ କୁମାର ଚନ୍ଦ୍ରକର। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା କେନ୍ଦ୍ରୀୟ ସମବାୟ ବ୍ୟାଙ୍କ  ନୂଆପଡ଼ା ଜିଲ୍ଲା କୋମନା ଶାଖାର ବ୍ୟାଙ୍କିଙ୍ଗ ଆସିଷ୍ଟାଣ୍ଟ ପ୍ରଦୀପ କୁମାର ଚନ୍ଦ୍ରକରଙ୍କ ଘର ସମେତ ଚାରିଟି ଜାଗାରେ ଆଜି ସକାଳୁ ଭିଜିଲାନ୍ସ ପକ୍ଷରୁ ଚଢଉ ଜାରି ରହିଛି। ଭବାନୀପାଟଣାର ସ୍ୱତନ୍ତ୍ର ଭିଜିଲାନ୍ସ ଜଜଙ୍କ ଦ୍ବାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଏକକାଳୀନ ଚଢଉ ଚାଲିଛି। ଏଥିରେ ୩ ଜଣ ଡିଏସପି, ୩ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି।

ସୂଚନା ଅନୁଯାୟୀ, ନୂଆପଡ଼ା ଜିଲ୍ଲା  ବେଲଟୁକୁରି ଗାଁରେ ଅବସ୍ଥିତ ଶ୍ରୀ ଚନ୍ଦ୍ରକରଙ୍କ ଦୁଇ ମହଲା ବିଶିଷ୍ଟ ବାସଗୃହ, ୩ ହଜାର ବର୍ଗଫୁଟ ଅଞ୍ଚଳରେ ନିର୍ମିତ ଦୁଇ ମହଲା କୋଠା, ସେଠାରେ ୩ ହଜାର ବର୍ଗଫୁଟ ଅଞ୍ଚଳରେ ନିର୍ମାଣାଧୀନ କୋଠା ଓ କୋମନାରେ ଥିବା ଭବାନୀପାଟଣା କେନ୍ଦ୍ରୀୟ ସମବାୟ ବ୍ୟାଙ୍କର ଶ୍ରୀ ଚନ୍ଦ୍ରକରଙ୍କ ଅଫିସ୍ ରୁମରେ ଚଢଉ କରୁଛି ଭିଜିଲାନ୍ସ ଟିମ୍। ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।

ad-week
Leave A Reply

Your email address will not be published.