ବାହାନଗା ଟ୍ରେନ ଦୁର୍ଘଟଣା: ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜଣେ ପୀଡ଼ିତଙ୍କ ଜୀବନ

add-all

କଟକ: ବାଲେଶ୍ଵର ଜିଲ୍ଲା ବାହାନଗା ଟ୍ରେନ ଦୁର୍ଘଟଣାରେ  ଆହତ ହୋଇ କଟକ ଏସସିବି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ବ୍ୟକ୍ତିଙ୍କର ଆଜି ମୃତ୍ୟୁ ଘଟିଛି। ମୃତକ ହେଲେ ବିଜୟ ପାଶଓ୍ବାନ। ତାଙ୍କ ଘର ବିହାରରେ ବୋଲି ଜଣାଯାଇଛି।ଦୁର୍ଘଟଣା ଦିନ ତାଙ୍କୁ ଗୁରୁତର ଅବସ୍ଥାରେ କଟକ ଏସସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେ ଏସସିବିର ସେଣ୍ଟ୍ରାଲ ଆଇସିୟୁରେ ରହି ଚିକିତ୍ସିତ ହେଉଥିଲେ। ଆଜି ସକାଳେ ତାଙ୍କର ମୃତ୍ୟୁ ଘଟିଥିବା ବଡ଼ ମେଡିକାଲ ପକ୍ଷରୁ ସୂଚନା ଦିଆଯାଇଛି। ଏହାଫଳରେ ବାଲେଶ୍ବର ଜିଲ୍ଲା ବାହାନଗାରେ ଗତ ୨ ତାରିଖ ଦିନ ଘଟିଥିବା କରମଣ୍ଡଳ ଏକ୍ସପ୍ରେସ୍‌, ଯଶୋବନ୍ତପୁର-ହାୱଡା ଏକ୍ସପ୍ରେସ୍‌ ଓ ମାଲଗାଡ଼ି ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ୨୮୯କୁ ବୃଦ୍ଧି ପାଇଛି।  ବିଭିନ୍ନ ସ୍ଥାନରେ ଆହୁରି ପ୍ରାୟ କେତେକ ଲୋକଙ୍କର ଚିକିତ୍ସା ଜାରି ରହିଛି।

ଉଲ୍ଲେଖଯୋଗ୍ୟ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ପୂର୍ବରୁ ସୂଚନା ଦେଇଥିଲେ ଯେ, ଟ୍ରେନ୍‌ ଦୁର୍ଘଟଣାରେ ୨୮୮ ଜଣଙ୍କ ପ୍ରାଣହାନି ଘଟିଥିଲା।

ad-week
Leave A Reply

Your email address will not be published.