ପୂର୍ବବର୍ଷ ଭଳି ସମସ୍ତଙ୍କ ସହଯୋଗରେ ରଥଯାତ୍ରା ସୁରୁଖୁରୁରେ ଶେଷ ହେବ: ପୁଲିସ ମହାନିର୍ଦ୍ଦେଶକ

add-all

ପୁରୀ: ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଖେଇ ଆସୁଛି। ଆଉ ୬ ଦିନ ପରେ ଅର୍ଥାତ ଆସନ୍ତା ୨୦ ତାରିଖରେ ମହାପ୍ରଭୁଙ୍କ ଘୋଷଯାତ୍ରା ଅନୁଷ୍ଠିତ ହେବ। ଏଥି ପାଇଁ ସରକାର, ପୁରୀ ଜିଲ୍ଲା ପ୍ରଶାସନ ଏବଂ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର ଚାଲିଛି। ଏହି କ୍ରମରେ ଆଜି ପୁଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ ଅଧ୍ୟକ୍ଷତାରେ ଏସପିଙ୍କ କାର୍ଯ୍ୟଳୟରେ ବରିଷ୍ଠ ପୁଲିସ ପଦାଧିକାରୀଙ୍କୁ ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ ହୋଇଛି।

ବୈଠକ ପରେ ଡିଜିପି ଶ୍ରୀ ବଂଶଲ ଗଣମାଧ୍ୟମକୁ କହିଛନ୍ତି, ଗତବର୍ଷ ଭଳି ଚଳିତ ବର୍ଷ ରଥଯାତ୍ରାକୁ ଶାନ୍ତିଶୃଙ୍ଖଳା ଓ ସୁରୁଖୁରୁରେ ଶେଷ କରିବା ପୁଲିସ ପ୍ରଶାସନ ପାଇଁ ବଡ ଚ୍ୟାଲେଞ୍ଜ ହେବ। ପହଣ୍ଡି, ରଥଟଣା, ଜନଗହଳି ନିୟନ୍ତ୍ରଣ, ଟ୍ରାଫିକ ସୁପରିଚାଳନା, ଭିଭିଆଇପିଙ୍କ ସୁରକ୍ଷା ପାଇଁ ୧୬୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ପୂର୍ବବର୍ଷ ଭଳି ସମସ୍ତଙ୍କ ସହଯୋଗରେ ରଥଯାତ୍ରା ସୁରୁଖୁରୁରେ ଶେଷ ହେବ ବୋଲି ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ କହିଛନ୍ତି। ଏହି ବୈଠକରେ ଗୁଇନ୍ଦା ନିର୍ଦ୍ଧେଶକ ସଞ୍ଜୀବ ପଣ୍ଡା, ଅତିରିକ୍ତ ଡିଜି ରାଧାକୃଷ୍ଣ ଶର୍ମା, ଏଡିଜି ସଞ୍ଜୟ କୁମାର, ଦୟାଲ ଗଙ୍ଗୱାର, ଅମିତାଭ ଠାକୁର, ଅମିତେନ୍ଦ୍ର ନାଥ ସିହ୍ନା, ଆଶିଷ ସିଂହ, ଅଖିଳେଶ୍ୱର ସିଂହ ପ୍ରମୁଖ ଉପସ୍ଥିତ ଥିଲେ।

ad-week
Leave A Reply

Your email address will not be published.