ଆଜି ଶ୍ରୀଜୀଉଙ୍କ ବନକ ଲାଗି ନୀତି

add-all

ପୁରୀ: ଆଜି ଶ୍ରୀ ମନ୍ଦିରରେ ଶ୍ରୀଜୀଉଙ୍କ ଅନୁଷ୍ଠିତ ହେବ ବନକ ଲାଗି ନୀତି। କଳା, ଧଳା, ନାଲି, ହରିତାଳ ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ। ଗତକାଲି ତ୍ରୟୋଦଶୀ ତିଥିରେ ଶ୍ରୀଜୀଉମାନଙ୍କ ଘଣା ଲାଗି ନୀତି ଅନୁଷ୍ଠିତ ହୋଇଥିବା ବେଳେ ଆଜି ଚତୁର୍ଦ୍ଦଶୀ ତିଥିରେ ବନକ ଲାଗି ନୀତି ଅନୁଷ୍ଠିତ କରାଯିବ।

ସେହିଭଳି ରଥ ଖଳାରେ ଚିତ୍ରକର ସେବକ ରଙ୍ଗ କାର୍ଯ୍ୟ ଜାରି ରଖିଥିବା ବେଳେ ତିନି ରଥରେ ପାର୍ଶ୍ୱ ଦେବାଦେବୀ ଲଗାଯିବା ସହ ଅନ୍ୟାନ୍ୟ କାର୍ଯ୍ୟ କରାଯିବ।

ad-week
Leave A Reply

Your email address will not be published.