ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ କନିଷ୍ଠ ଯନ୍ତ୍ରୀ

add-all

ସମ୍ବଲପୁର :ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଜଣେ ମହିଳା କନିଷ୍ଠ ଯନ୍ତ୍ରୀ। ତାଙ୍କ ନାଁ ପ୍ରଣତି ସାହୁ। ସେ ସମ୍ବଲପୁର ଜିଲ୍ଲା ମାନେଶ୍ୱର ବ୍ଲକରେ ନିଯୁକ୍ତ ହୋଇଛନ୍ତି।

ବିଲ୍ ପାସ୍ କରାଇ ଦେବା ପାଇଁ କନିଷ୍ଠ ଯନ୍ତ୍ରୀ ପ୍ରଣତି ସାହୁ ଜଣେ ଠିକାଦାରଙ୍କୁ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ସେ ଏ ସଂପର୍କରେ ଭିଜିଲାନ୍ସକୁ ଜଣାଇଥିଲେ। ଏହା ପରେ ଭିଜିଲାନ୍ସର ଯୋଜନା ମୁତାବକ ଉକ୍ତ ଠିକାଦାର ଆଜି କନିଷ୍ଠ ଯନ୍ତ୍ରୀ ପ୍ରଣତି ସାହୁଙ୍କୁ ଲାଞ୍ଚ ଟଙ୍କା ଦେଇଥିଲେ। ପ୍ରଣତି ସାହୁ ଲାଞ୍ଚ ଅର୍ଥ ଗ୍ରହଣ କରୁଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ଚଢ଼ାଉ କରି ତାଙ୍କୁ ଧରିଥିଲେ। ତାଙ୍କ ଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଛି। 

ଲାଞ୍ଚ ନେଇ ଧରାପଡ଼ିଥିବା କନିଷ୍ଠ ଯନ୍ତ୍ରୀ ପ୍ରଣତି ସାହୁଙ୍କ ଘରେ ଓ ଅଫିସରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ସେ ଆୟ ବର୍ହିଭୂତ ସଂପତ୍ତି ଠୁଳ କରିଥିବା ସନ୍ଦେହରେ ଏହି ଚଢ଼ାଉ କରାଯାଇଛି।

ad-week
Leave A Reply

Your email address will not be published.